ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରେ ଅନୁଷ୍ଠିତ ଏବିଭିପିର ଜାତୀୟ କାର୍ଯ୍ୟକାରିଣୀରେ ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଅଭିଭାଷଣରେ ଏ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଇଥିଲି । ଗତ କାଲି ଏନେଇ ସବୁଜ ସଂକେତ ମିଳିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ । ନିରାଡମ୍ବର ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ୧୨ରୁ ୨୧ ଜୁନ୍ ପର୍ଯ୍ୟନ୍ତ ପାଳନ କରାଯିବ । ଉତ୍ସବ ପରିବର୍ତ୍ତେ ତଥ୍ୟ ପ୍ରସାର ଉପରେ ଅଧିକ ଫୋକସ । ସରକାରଙ୍କ ଉପଲବ୍ଧି ଲୋକଙ୍କ ପାଖରେ ପହଞ୍ଚାଇବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ ।


